1ହେ ଆକାଶମଣ୍ଡଳ, କର୍ଣ୍ଣ ଦିଅ, ଆମ୍ଭେ କହିବା; ପୁଣି ପୃଥିବୀ ଆମ୍ଭ ମୁଖର ବାକ୍ୟ ଶ୍ରବଣ କରୁ;
2ମୋହର ଉପଦେଶ ବୃଷ୍ଟି ପରି ବର୍ଷିବ; ମୋହର କଥା ଶିଶିର ପରି କ୍ଷରିବ; ତାହା କୋମଳ ତୃଣ ଉପରେ ବୁନ୍ଦା ବୃଷ୍ଟି ତୁଲ୍ୟ ଓ ଶାକ ଉପରେ ଅସରା ବୃଷ୍ଟି ତୁଲ୍ୟ ହେବ।
3କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।