9କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
10ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।
11ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;
12ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।
13ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;