ଦ୍ୱିତୀୟ ବିବରଣ 32

ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।

Deuteronomy 32:14 (UKJV) Butter of cattle, and milk of sheep, with fat of lambs, and rams of the breed of Bashan, and goats, with the fat of kidneys of wheat; and you did drink the pure blood of the grape.

12ସଦାପ୍ରଭୁ ଏକାକୀ ତାହାକୁ ଗମନ କରାଇଲେ, ପୁଣି ତାହା ସହିତ କୌଣସି ବିଦେଶୀୟ ଦେବତା ନ ଥିଲା।

13ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;

14ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।

15ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।

16ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.