ଦ୍ୱିତୀୟ ବିବରଣ 32

ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।

Deuteronomy 32:17 (UKJV) They sacrificed unto devils, not to God; to gods whom they knew not, to new gods that came newly up, whom your fathers feared not.

15ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।

16ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।

17ଯେଉଁମାନେ ଭୂତ, ପରମେଶ୍ୱର ନୁହନ୍ତି, ଯେଉଁ ଦେବତାମାନଙ୍କୁ ସେମାନେ ଜାଣିଲେ ନାହିଁ, ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁମାନଙ୍କୁ ଡରିଲେ ନାହିଁ, ଏପରି ସଦ୍ୟ ଉତ୍ପନ୍ନ ନୂତନ ଦେବତାମାନଙ୍କ ଉଦ୍ଦେଶ୍ୟରେ ସେମାନେ ବଳିଦାନ କଲେ।

18ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।

19ସଦାପ୍ରଭୁ ତାହା ଦେଖିଲେ, ପୁଣି ତାହାଙ୍କର ପୁତ୍ର ଓ କନ୍ୟାମାନେ ତାହାଙ୍କର ବିରକ୍ତି ଜନ୍ମାଇବାରୁ ସେ ସେମାନଙ୍କୁ ଘୃଣା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.