20ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ।
21ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
22କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।
23ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।
24ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।