ଦ୍ୱିତୀୟ ବିବରଣ 32

ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।

Deuteronomy 32:25 (UKJV) The sword without, and terror within, shall destroy both the young man and the virgin, the nursing infant also with the man of gray hairs.

23ଆମ୍ଭେ ସେମାନଙ୍କ ଉପରେ ଅନେକ ଅମଙ୍ଗଳ ଗଦା କରି ଥୋଇବା, ଆମ୍ଭେ ସେମାନଙ୍କ ଉପରେ ଆପଣା ବାଣସବୁ ବ୍ୟୟ କରିବା।

24ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।

25ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।

26ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏ କଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;

27ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.