26ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏ କଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
27ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।
28ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ।
29ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।
30ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?