28ଯେହେତୁ ସେମାନେ ଯୁକ୍ତିହୀନ-ଗୋଷ୍ଠୀ, ସେମାନଙ୍କର ବିବେଚନା ନାହିଁ।
29ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।
30ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?
31କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।
32କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;