33ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।
34ଏହା କି ଆମ୍ଭ ନିକଟରେ ସଞ୍ଚିତ ହୋଇ ନାହିଁ ଓ ଆମ୍ଭ ଭଣ୍ଡାରରେ ମୁଦ୍ରାଙ୍କିତ ହୋଇ ରହି ନାହିଁ?
35ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।”
36ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
37ପୁଣି ସେ କହିବେ, “ସେମାନଙ୍କ ଦେବତାମାନେ କାହାନ୍ତି? ଯେଉଁ ଶୈଳରେ ସେମାନେ ଶରଣ ନେଲେ, ସେ କାହିଁ?