38ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।
39ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
40କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ‘ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
41ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
42ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”