42ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”
43ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।
44ଏହିରୂପେ ମୋଶା ଓ ନୂନର ପୁତ୍ର ଯିହୋଶୂୟ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ଏହି ଗୀତର ସମସ୍ତ କଥା କହିଲେ।
45ପୁଣି, ମୋଶା ସମସ୍ତ ଇସ୍ରାଏଲଙ୍କ ନିକଟରେ ଏହି ସମସ୍ତ କଥା ସମାପ୍ତ କରି ସେମାନଙ୍କୁ କହିଲେ;
46“ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”