4ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
5ସେମାନେ ତାହାଙ୍କ ଉଦ୍ଦେଶ୍ୟରେ ଭ୍ରଷ୍ଟାଚରଣ କରିଅଛନ୍ତି, ସେମାନେ ତାହାଙ୍କର ସନ୍ତାନ ନୁହନ୍ତି, ମାତ୍ର ସନ୍ତାନମାନଙ୍କର କଳଙ୍କ; ସେମାନେ ବିପଥଗାମୀ ଓ କୁଟିଳ ବଂଶ।
6ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।
7ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।
8ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।