7ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।
8ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
9କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।
10ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।
11ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ;