1ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।
2ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”
3ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।