11ହେ ସଦାପ୍ରଭୋ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।
12ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”
13ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,
14ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ ଓ ଚନ୍ଦ୍ରର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ,
15ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,