12ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”
13ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,
14ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ ଓ ଚନ୍ଦ୍ରର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ,
15ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,
16ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।