ଦ୍ୱିତୀୟ ବିବରଣ 33

ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,

Deuteronomy 33:15 (UKJV) And for the chief things of the ancient mountains, and for the precious things of the lasting hills,

13ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,

14ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ ଓ ଚନ୍ଦ୍ରର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ,

15ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,

16ଆଉ ପୃଥିବୀର ଓ ତତ୍‍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।

17ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.