15ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,
16ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।
17ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”
18ସବୂଲୂନ ବିଷୟରେ ସେ କହିଲେ, “ହେ ସବୂଲୂନ, ତୁମ୍ଭେ ଆପଣା ଯାତ୍ରାରେ ଓ ହେ ଇଷାଖର, ତୁମ୍ଭେ ଆପଣା ତମ୍ବୁରେ ଆନନ୍ଦ କର;
19ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।”