19ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।”
20ପୁଣି, ଗାଦ୍ ବିଷୟରେ ସେ କହିଲେ, “ଯେ ଗାଦ୍କୁ ବିସ୍ତାର କରନ୍ତି, ସେ ଧନ୍ୟ; ସେ ସିଂହ ପରି ବାସ କରେ, ପୁଣି, ସେ ବାହୁ, ମସ୍ତକର ତାଳୁ ସୁଦ୍ଧା ବିଦୀର୍ଣ୍ଣ କରେ।
21ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।”
22ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”
23ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”