ଦ୍ୱିତୀୟ ବିବରଣ 33

ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”

Deuteronomy 33:22 (UKJV) And of Dan he said, Dan is a lion's offspring: he shall leap from Bashan.

20ପୁଣି, ଗାଦ୍‍ ବିଷୟରେ ସେ କହିଲେ, “ଯେ ଗାଦ୍‍କୁ ବିସ୍ତାର କରନ୍ତି, ସେ ଧନ୍ୟ; ସେ ସିଂହ ପରି ବାସ କରେ, ପୁଣି, ସେ ବାହୁ, ମସ୍ତକର ତାଳୁ ସୁଦ୍ଧା ବିଦୀର୍ଣ୍ଣ କରେ।

21ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।”

22ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”

23ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”

24ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.