ଦ୍ୱିତୀୟ ବିବରଣ 33

ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”

Deuteronomy 33:25 (UKJV) Your shoes shall be iron and brass; and as your days, so shall your strength be.

23ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”

24ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।

25ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”

26ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।

27ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.