ଦ୍ୱିତୀୟ ବିବରଣ 33

ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।

Deuteronomy 33:26 (UKJV) There is none like unto the God of Jeshurun, who rides upon the heaven in your help, and in his excellency on the sky.

24ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।

25ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”

26ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।

27ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।

28ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.