3ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।
4ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ, ତାହା ଯାକୁବ-ସମାଜର ଅଧିକାର।
5ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।
6ରୁବେନ୍ ବଞ୍ଚି ଥାଉ ଓ ନ ମରୁ; ତଥାପି ତାହାର ଲୋକ ସଂଖ୍ୟକ ହେଉନ୍ତୁ।
7ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୋ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”