6ରୁବେନ୍ ବଞ୍ଚି ଥାଉ ଓ ନ ମରୁ; ତଥାପି ତାହାର ଲୋକ ସଂଖ୍ୟକ ହେଉନ୍ତୁ।
7ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୋ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”
8ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”
9ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”
10ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।