1ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;
2ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;
3ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।