ଦ୍ୱିତୀୟ ବିବରଣ 34

ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ

Deuteronomy 34:10 (UKJV) And there arose not a prophet since in Israel like unto Moses, whom the LORD knew face to face,

8ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।

9ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।

10ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ

11ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,

12ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍‍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.