9ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।
10ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ
11ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ,
12ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।