ଦ୍ୱିତୀୟ ବିବରଣ 34

ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;

Deuteronomy 34:2 (UKJV) And all Naphtali, and the land of Ephraim, and Manasseh, and all the land of Judah, unto the utmost sea,

1ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;

2ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;

3ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।

4ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.