ଦ୍ୱିତୀୟ ବିବରଣ 34

ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।

Deuteronomy 34:5 (UKJV) So Moses the servant of the LORD died there in the land of Moab, according to the word of the LORD.

3ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।

4ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”

5ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।

6ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ।

7ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.