17କି ପୃଥିବୀସ୍ଥ କୌଣସି ପଶୁର ମୂର୍ତ୍ତି, କି ଆକାଶରେ ଉଡ଼ନ୍ତା କୌଣସି ପକ୍ଷୀର ମୂର୍ତ୍ତି,
18କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ।
19କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।
20ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
21ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।