ଦ୍ୱିତୀୟ ବିବରଣ 4

ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର।

Deuteronomy 4:2 (UKJV) All of you shall not add unto the word which I command you, neither shall all of you diminish ought from it, that all of you may keep the commandments of the LORD your God which I command you.

1ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।

2ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର।

3ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।

4ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.