21ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।
22ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ।
23ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।
24କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
25ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।