ଦ୍ୱିତୀୟ ବିବରଣ 4

ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।

Deuteronomy 4:25 (UKJV) When you shall brought forth children, and children's children, and all of you shall have remained long in the land, and shall corrupt yourselves, and make a graven image, or the likeness of any thing, and shall do evil in the sight of the LORD your God, to provoke him to anger:

23ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।

24କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।

25ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।

26ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।

27ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.