ଦ୍ୱିତୀୟ ବିବରଣ 4

ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।

Deuteronomy 4:29 (UKJV) But if from thence you shall seek the LORD your God, you shall find him, if you seek him with all your heart and with all your soul.

27ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।

28ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।

29ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।

30ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।

31ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.