ଦ୍ୱିତୀୟ ବିବରଣ 4

ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।

Deuteronomy 4:31 (UKJV) (For the LORD your God is a merciful God;) he will not forsake you, neither destroy you, nor forget the covenant of your fathers which he swore unto them.

29ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।

30ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ।

31ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ।

32ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି?

33ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.