34କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
35ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
36ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।
37ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
38ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।