35ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
36ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।
37ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
38ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।
39ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।