36ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।
37ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
38ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ।
39ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
40ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।