ଦ୍ୱିତୀୟ ବିବରଣ 4

ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।

Deuteronomy 4:41 (UKJV) Then Moses severed three cities on this side Jordan toward the sunrising;

39ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଊର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।

40ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।

41ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।

42ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।

43ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍‍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.