41ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ।
42ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚିପାରେ।
43ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍।
44ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;
45ଅର୍ଥାତ୍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।