45ଅର୍ଥାତ୍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।
46କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍ର,
47ଯର୍ଦ୍ଦନ-ପୂର୍ବଦିଗସ୍ଥ ଇମୋରୀୟମାନଙ୍କ ଏହି ଦୁଇ ରାଜାର ଦେଶ,
48ଅର୍ଥାତ୍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,
49ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।