ଦ୍ୱିତୀୟ ବିବରଣ 4

ଅର୍ଥାତ୍‍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,

Deuteronomy 4:48 (UKJV) From Aroer, which is by the bank of the river Arnon, even unto mount Sion, which is Hermon,

46କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ-ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍‍ର,

47ଯର୍ଦ୍ଦନ-ପୂର୍ବଦିଗସ୍ଥ ଇମୋରୀୟମାନଙ୍କ ଏହି ଦୁଇ ରାଜାର ଦେଶ,

48ଅର୍ଥାତ୍‍, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍‍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ,

49ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.