ଦ୍ୱିତୀୟ ବିବରଣ 4

କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।

Deuteronomy 4:9 (UKJV) Only take heed to yourself, and keep your soul diligently, lest you forget the things which yours eyes have seen, and lest they depart from your heart all the days of your life: but teach them your sons, and your sons' sons;

7ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?

8ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି?

9କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।

10ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”

11ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.