ଦ୍ୱିତୀୟ ବିବରଣ 5

ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।

Deuteronomy 5:10 (UKJV) And showing mercy unto thousands of them that love me and keep my commandments.

8ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।

9ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;

10ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ।

11ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।

12ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମବାର ପାଳନ କରି ପବିତ୍ର କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.