13ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
14ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।
15ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମବାର ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।
16ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
17ତୁମ୍ଭେ ନରହତ୍ୟା କରିବ ନାହିଁ।