17ତୁମ୍ଭେ ନରହତ୍ୟା କରିବ ନାହିଁ।
18କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ।
19କିଅବା ତୁମ୍ଭେ ଚୋରି କରିବ ନାହିଁ।
20କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
21କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।