ଦ୍ୱିତୀୟ ବିବରଣ 5

ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।

Deuteronomy 5:2 (UKJV) The LORD our God made a covenant with us in Horeb.

1ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।

2ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।

3ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ।

4ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.