18କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ।
19କିଅବା ତୁମ୍ଭେ ଚୋରି କରିବ ନାହିଁ।
20କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
21କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
22ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।