ଦ୍ୱିତୀୟ ବିବରଣ 5

ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।

Deuteronomy 5:25 (UKJV) Now therefore why should we die? for this great fire will consume us: if we hear the voice of the LORD our God any more, then we shall die.

23ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼ ନିକଟକୁ ଆସିଲ;

24ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।

25ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।

26କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?

27ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.