24ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।
25ମାତ୍ର ଆମ୍ଭେମାନେ ଏବେ କାହିଁକି ମରିବା? କାରଣ ଏହି ମହା-ଅଗ୍ନି ଆମ୍ଭମାନଙ୍କୁ ଗ୍ରାସ କରିବ; ଆମ୍ଭେମାନେ ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବ ଆଉ ଥରେ ଶୁଣିବା, ତେବେ ଆମ୍ଭେମାନେ ମରିଯିବା।
26କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?
27ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।’
28ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ‘ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।